Monday , October 18 2021
Breaking News
Home / ରାଜନୀତି / କେନ୍ଦ୍ରୀୟ ଯୋଜନା ହଡପ ପ୍ରତିବାଦରେ ବ୍ଲକ ଓ ମୁନିସିପାଲିଟି ଘେରାଉ କରିବ ବିଜେପି

କେନ୍ଦ୍ରୀୟ ଯୋଜନା ହଡପ ପ୍ରତିବାଦରେ ବ୍ଲକ ଓ ମୁନିସିପାଲିଟି ଘେରାଉ କରିବ ବିଜେପି

ଭୁବନେଶ୍ୱର,୨୪/୦୯/୨୦୧୯ ( ଓଡ଼ିଶା ସମାଚାର)- ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘର ସବୁକୁ ରାଜ୍ୟସରକାର ‘ବିଜୁ ପକ୍କା ଘର’ ଯୋଜନାରେ ହେଉଛି ବୋଲି କହି ରାଜ୍ୟ ବାସୀଙ୍କୁ ଭ୍ରମିତ କରୁଛନ୍ତି । ମୋଦୀ ସରକାର ଦେଶରେ ବିଭିନ୍ନ ପ୍ରକାରର ଜନହିତକର ଯୋଜନା ଲାଗୁ କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ଏଠି କେବଳ କେନ୍ଦ୍ରୀୟ ଯୋଜନାକୁ ହଡପ କରି ନାଁ ବଦଲାଇ ବାହା ବାହା ନେବାକୁ ବସିଛନ୍ତି । ଏହା ବିରୁଦ୍ଧରେ ରାଜ୍ୟ ବିଜେପି ଆଗାମୀ ୨୭ ତାରିଖ ଦିନ ରାଜ୍ୟର ସମସ୍ତ ୩୧୪ ବ୍ଲକ, ସମସ୍ତ ଏନଏସି/ମୁ୍ୟନିସପାଲିଟି ଘେରାଓ କରିବା ସହ ରାଜ୍ୟପାଳଙ୍କ ଉଦେ୍ଦଶ୍ୟରେ ଦାବି ପତ୍ର ଦିଆଯିବ ବୋଲି ରାଜ୍ୟ ସଭାପତି ତଥା ସାସଂଦ ବସନ୍ତ ପଣ୍ଡା କହିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପଣ୍ଡା କହିଛନ୍ତି ଯେ, ୨୦୧୧ ଜନଗଣନା ଅନୁଯାୟୀ ଝଋଉଉ ଲିଷ୍ଟ ଅନୁଯାୟୀ ସ୍ଥାନୀୟ ପଂଚାୟତ ଅଧିକାରୀ ଗରୀବ ହିତାଧିକାରୀ ସୂଚୀ ତଦାରଖ କରିବା କଥା । କିନ୍ତୁ ଏହି ସୂଚୀକୁ ଦଳୀୟ ଆଧାରରେ ତିଆରି କରି ପ୍ରକୃତ ହିତାଧିକାରୀଙ୍କୁ ବଂଚିତ କରାଯାଉଛି । ଗୋଟିଏ ପରିବାରରେ ୨ରୁ ୩ ଜଣଙ୍କ ନାଁରେ ପକ୍କା ଘର ଦିଆଯାଉଛି । କାର୍ଯ୍ୟାଦେଶ ପାଇବା ପାଇଁ ବ୍ୟାପକ ଅର୍ଥ କାରବାର ହେବା ନଜରକୁ ଆସିଛି । ସେହିପରି ଏହି କାର୍ଯ୍ୟାଦେଶରେ ପ୍ରଧାନମନ୍ତ୍ରୀ ଆବାସ ବୋଲି ଉଲ୍ଲେଖ ହେବା ଆବଶ୍ୟକ । କାର୍ଯ୍ୟାଦେଶକୁ ପଂଚାୟତ/ବ୍ଲକରେ ଦିଆନଯାଇ ବିଧାୟକଙ୍କ ସମୟ ସୁବିଧା ଅନୁସାରେ ବଂଟାଯିବା ପାଇଁ ସ୍ଥଗିତ ରଖାଯାଉଛି । ଏହା ଫଳରେ ସମୟାନୁଯାୟୀ ଲକ୍ଷ୍ୟ ପୂରଣ ହୋଇପାରୁନାହିଁ । ମାତ୍ର ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାର ଚତୁର ଭାବେ ଏହାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଯାଗାରେ “ବିଜୁ ପକ୍କାଘର” ବୋଲି କହି ବିଜ୍ଞାପନ ଦେଉଛନ୍ତି ବୋଲି ଶ୍ରୀ ପଣ୍ଡା ଅଭିଯୋଗ କରିଛନ୍ତି । ୧୧ ସେପ୍ଟେମ୍ବର ୨୦୧୮ ରେ ବିଧାନସଭା ପ୍ରଶ୍ନର ଉତରରେ ରାଜ୍ୟସରକାର କହିଥିଲେ କି, ରାଜ୍ୟର ସମୁଦାୟ ୨୦ ଲକ୍ଷ ପକ୍କାଘର ରୁ ୩ ଲକ୍ଷ ୭୭ ହଜାର ହେଉଛି ବିଜୁ ପକ୍କା ଘର ଆଉ ବାକି ୧୬ ଲକ୍ଷ ୨୩ ହଜାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ହୋଇଛି । କେନ୍ଦ୍ର ସରକାରଙ୍କ ଅର୍ଥରେ ହେଉଥିବା ଘର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଲେଖିବା ସହ ଦଳୀୟ ଭିତିରେ ଘର ନଦିଆଯାଇ ପ୍ରକୃତ ହିତାଧିକାରୀକୁ ପକ୍କା ଘର ବଂଟନ କରାଯାଉ ବୋଲି ଶ୍ରୀ ପଣ୍ଡା ଦାବି କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସୁରମା ପାଢୀ ଏବଂ ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ପ୍ରଭାତି ପରିଡା ପ୍ରମୁଖ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ କୁଆଁପାଳ ଜେଏନ କଲେଜରେ ଜୀବନବିନ୍ଦୁ କାର୍ୟ୍ୟକ୍ରମ

ମାହାଙ୍ଗା,୧୬/୧୦/୨୦୨୧(ଓଡିଶା ସମାଚାର /ଅଭୟ ଜେନା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୬ ତମ ଜନ୍ମଦିନରେ ଜୀବନବିନ୍ଦୁ କାର୍ୟ୍ୟକ୍ରମ ମାହାଙ୍ଗା ବ୍ଲକ ବିଯୁଜନତା ଦଳ …

Leave a Reply

Your email address will not be published. Required fields are marked *