ଜଗତସିଂହପୁର, ୩୦/୦୯/୨୦୧୯ ( ଓଡ଼ିଶା ସମାଚାର)-ଜଗତସିଂହପୁର ଜିଲା ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ଗାନ୍ଧୀ ଜୟନ୍ତୀ ଠାରୁ ଆରମ୍ଭ ହୋଇ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବାକୁ ଥିବା ଜନସମ୍ପର୍କ ପଦଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ସର୍କିଟ ହାଉସଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲା ବିଜେଡି ସଭାପତି ତଥା ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ଅମରେନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ, ଜିଲା ବିଜେଡି ପର୍ଯ୍ୟବେକ୍ଷକ ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, ସାଂସଦ ଡାଃ. ରାଜଶ୍ରୀ ମଲ୍ଲିକ, ଜିଲା ପରିଷଦ ଅଧ୍ୟକ୍ଷା ପ୍ରିୟଦର୍ଶିନୀ ବିଶ୍ୱାଳ ଓ ଉପାଧ୍ୟକ୍ଷ ଲିଙ୍ଗରାଜ ସ୍ୱାଇଁ ପ୍ରମୁଖ ଯୋଗଦେଇ ଏହି ପଦଯାତ୍ରାକୁ କିପରି ଅଧିକ ସଂଗଠିତ କରାଯିବ ତା ଉପରେ ବକ୍ତବ୍ୟ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟ ଓ ଯୋଜନା କିଭଳି ଏହି ପଦଯାତ୍ରା ମାଧ୍ୟମରେ ଲୋକଙ୍କ ପାଖରେ ପହଂଚିବ ସେ ସମ୍ପର୍କରେ ଆଲୋଚନା କରିଥିଲେ । ଏହାସହ ସଭ୍ୟସଂଗ୍ରହ ଅଭିଯାନକୁ ତ୍ୱରାନ୍ୱିତ କରିବା ସମ୍ପର୍କରେ ମଧ୍ୟ ମତ ଦେଇଥିଲେ । ଏଥିରେ ତିର୍ତୋଲ ବ୍ଲକ ଅଧ୍ୟକ୍ଷା ସୁଜାତା ମହାନ୍ତି, ଏରସମା ବ୍ଲକ ଅଧ୍ୟକ୍ଷ ପ୍ରଣବ ସ୍ୱାଇଁ, କୁଜଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ମୃତିରଞ୍ଜନ ବେହେରା, ଜିଲାପରିଷଦ ସଭ୍ୟ ଦିପ୍ତିରଞ୍ଜନ କୁଅଁର, ଲିପାଲି ରାଉଳ, ଡେଜାଲିନ ମହାପାତ୍ର, ରଘୁନାଥପୁର ବ୍ଲକ ସଭାପତି ଦେବାଶିଷ ତ୍ରିପାଠୀ, ପୀତବାସ ଗୋଛାୟତ, ରନôାକର ନାୟକ, ବରିଷ୍ଠ ଆଇନଜୀବୀ ତଥା ପୂର୍ବତନ ନଗରପାଳ ଗୋରାଚାନ୍ଦ କାନୁନଗୋ ପ୍ରମୁଖ ମତାମତ ଦେଇଥିଲେ । ଯୁବନେତା ସୁଶାନ୍ତ ସ୍ୱାଇଁ ଧନ୍ୟବାଦ ଦେଇଥିଲେ । ଓଡ଼ିଶା ସମାଚାର