Wednesday , October 4 2023
Breaking News
Home / ତାଜା ଖବର / ୫ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

୫ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୦୫/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ପାଇଛି । ୫ ମୃତକଙ୍କ ମଧ୍ୟରୁ ଜଣେ ମହିଳା ଓ ୪ ଜଣ ପୁରୁଷ । ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ପୁରୀ, ଜଗତସିଂହପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୦୮୦୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୭୫ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିହଂପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନବରଙ୍ଗପୁର ୫ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୩ଜଣ, ଷ୍ଟେଟ ପୁଲ୍ରୁ ୧୦ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୦୮୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୪୬୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ୧୭୬୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୪୩୨୦ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନÿ ଅଛନ୍ତି ଏବେ ସୁଦ୍ଧା ରାଜ୍ୟରେ ୬୧୦୨୬୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *