Thursday , October 21 2021
Breaking News
Home / ତାଜା ଖବର / ଭାରତ ବନ୍ଦ ଡାକରା ଯୋଗୁଁ ମଙ୍ଗଳବାର ରାଜ୍ୟର ସମସ୍ତ ସରକାରୀ କାର୍ୟ୍ୟାଳୟ ବନ୍ଦ ରହିବ

ଭାରତ ବନ୍ଦ ଡାକରା ଯୋଗୁଁ ମଙ୍ଗଳବାର ରାଜ୍ୟର ସମସ୍ତ ସରକାରୀ କାର୍ୟ୍ୟାଳୟ ବନ୍ଦ ରହିବ

ଭୁବନେଶ୍ୱର, ୦୭/୧୨/୨୦୨୦ (ଓଡ଼ିଶା ସମାଚାର)- ଦେଶରେ କୃଷି ଆଇନ ବିରୁଦ୍ଧରେ କୃଷକଙ୍କ ଆନ୍ଦୋଳନ ବ୍ୟାପକ ହେବାରେ ଲାଗିଛି। ସରକାରଙ୍କ ସହ ପାଞ୍ଚ ପର୍ୟ୍ୟାୟରେ ଆଲୋଚନା ପରେ ବି କୌଣସି ଫଳାଫଳ ବାହାରି ପାରିନାହିଁ। ଦାବି ପୂରଣ ନେଇ ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାଜ୍ୟର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ । ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ଦିନକ ପାଇଁ ଛୁଟି ଘୋଷଣା କରିଛନ୍ତି।
ଭାରତ ବନ୍ଦ ଡାକରା ଯୋଗୁଁ ମଙ୍ଗଳବାର ରାଜ୍ୟର ସମସ୍ତ ସରକାରୀ କାର୍ୟ୍ୟାଳୟଗୁଡିକୁ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ସରକାରୀ ସେବା ଜାରି ରହିବ। ଓଡ଼ିଶା ସମାଚାର

About admin

Check Also

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଜଣ ପର୍ୟ୍ୟଟକ – ଜଣେ ମହିଳା ପର୍ଯ୍ୟଟକ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

ପୁରୀ ୧୯/୧୦/୨୦୨୧(ଓଡ଼ିଶା ସମାଚାର)- ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ । ଭାସିଗଲେ ଦୁଇ ଜଣ ପର୍ୟ୍ୟଟକ । ଚକ୍ରତୀର୍ଥ …

Leave a Reply

Your email address will not be published. Required fields are marked *