Monday , October 18 2021
Breaking News
Home / ତାଜା ଖବର / ୭ ଜଣ କରୋନା ସଂଙ୍କ୍ରମିତଙ୍କର ମୃତ୍ୟୁ – ୩୬୮ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ

୭ ଜଣ କରୋନା ସଂଙ୍କ୍ରମିତଙ୍କର ମୃତ୍ୟୁ – ୩୬୮ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୭/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂଙ୍କ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ସମସ୍ତେ ପୁରୁଷ । ମୃତକଙ୍କ ମଧ୍ୟରେ କଟକରୁ ୩, ପୁରୀ, ସୁନ୍ଦରଗଡ, ବାଲେଶ୍ୱର ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୮କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୮ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୫୬୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫୬ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରପ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୨୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ, ଷ୍ଟେଟ ପୁଲ୍ରୁ ୧୦ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୫୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୫୮୪୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ସେହିପରି କରୋନାରେ ୧୭୭୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୮୯୩ ଜଣ ସକ୍ରିୟ ସଂଙ୍କ୍ରମିତ ଚିକିତ୍ସାଧିନ ଅଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୧୮୦୯୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଜଗତପୁର ନୂତନ ଶିଳ୍ପାଞ୍ଚକରେ ଥିବା ଅଗରବତୀ କମ୍ପାନୀରେ ଭୟାବହ ଅଗ୍ନିକାଣ୍ଡ

କଟକ୧୭/୧୦/୨୦୨୧(ଓଡ଼ିଶା ସମାଚାର/ଦେବାଶିଷ ରଥ)- କଟକ ଜିଲ୍ଲା ଜଗତପୁର ନୂତନ ଶିଳ୍ପାଞ୍ଚକରେ ଥିବା ଏସ ଏସ ଏଣ୍ଟରପ୍ରାୟଜେସ , ମଙ୍ଗଲଦୀପ ଅଗର …

Leave a Reply

Your email address will not be published. Required fields are marked *