ଭୁବନେଶ୍ୱର, ୦୮/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୮୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ୪ ଜଣ ପୁରୁଷ । ପୁରୀରୁ ୨ ଜଣ, ସୁନ୍ଦରଗଡ, ସମ୍ବଲପୁର, ଖୋର୍ଦ୍ଧା ଓ ଝାରସୁଗୁଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୯୧୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୫୧ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଝଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪ଝଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ୩ଝଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ, ଷ୍ଟେଟ୍ ପୁଲ୍ରୁ ୧୦ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୯୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କରୋନାରେ ୧୭୮୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୬୨୯ ଜଣ ଚିକିତ୍ସାାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୬୨୧୩୧୭୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର