Wednesday , October 27 2021
Breaking News
Home / ବିଶେଷ / ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ୟ୍ୟ ମୁଖ୍ୟମନ୍ତ୍ରୀ ବୁଲି ଦେଖିଲେ

ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ୟ୍ୟ ମୁଖ୍ୟମନ୍ତ୍ରୀ ବୁଲି ଦେଖିଲେ

ଭୁବନେଶ୍ୱର, ୧୦/୧୨/୨୦୨୦ (ଓଡ଼ିଶା ସମାଚାର)-ଆଜି ସନ୍ଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରମୁଣ୍ଡାର ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ୟ୍ୟ ବୁଲି ଦେଖିବା ସହ ଏହି କାର୍ୟ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି। ଗୋଟିଏ ଖଣ୍ଡଗିରି ସ୍ଥିତ ବସ୍ ଡିପୋ ଏବଂ ଅନ୍ୟଟି ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ। ମୁଖ୍ୟମନ୍ତ୍ରୀ ଖଣ୍ଡଗିରି ବସ୍ ଡିପୋ ବୁଲି ଦେଖିଥିଲେ ଏବଂ ଉନ୍ନତ ନିର୍ମାଣ କାର୍ୟ୍ୟ ସହିତ ବସ୍ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ସନ୍ତୋଷ ପ୍ରକାଶ କରିଛନ୍ତି। ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍ ଟର୍ମିନାଲ ଭାବରେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କର ଲକ୍ଷ୍ୟ ରହିଛି। ଆସନ୍ତା ୧୮ ମାସ ମଧ୍ୟରେ ୧୮୦ କୋଟି ଟଙ୍କା ବ୍ୟୟ ଅଟକଳରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ । ଫାଇଭ ଟି ସଚୀବ ଭି କାର୍ତିକେୟନ ପାଣ୍ଡିଆନ , ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ଯୁବ ରେଡକ୍ରସର ସଙ୍କୁଳ ସ୍ତରୀୟ ଶିବିର ଉଦଘାଟିତ 

ବାଲିଗୁଡ଼ା,୨୬/୧୦/୨୧(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ କନ୍ଧମାଳ ଜିଲ୍ଲାର ଦ୍ଵିତୀୟ ଯୁବ ରେଡକ୍ରସ୍ …

Leave a Reply

Your email address will not be published. Required fields are marked *