Saturday , December 4 2021
Home / ସ୍ୱାସ୍ଥ୍ୟ / ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୮୭ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୮୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୧/୧୨/୨୦୨୦(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ     ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି ।  ସମସ୍ତ ମୃତକ ପୁରୁଷ । ବରଗଡ, ଖୋର୍ଦ୍ଧା, ମାଲକାନଗିରି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୦୨୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୦ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୭ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ବର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୨୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୯ଜଣ, ଦେବଗଡ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଷ୍ଟେଟ୍ ପୁଲ୍ରୁ ୧୩ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୦୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ  ୩୧୭୮୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ୧୭୯୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୩୦୮ ଜଣ ଚିକିତ୍ସାଧିନ ଅଛନ୍ତି ।  ବର୍ତମାନ  ସୁଦ୍ଧା ରାଜ୍ୟରେ ୬୩୧୨୭୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଢ଼େଙ୍କାନାଳର ଏକ ଆବାସିକ କଲେଜରେ ୩୩ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ – କଣ୍ଟେନମେଣ୍ଟ ଜୋନ ଘୋଷଣା

ଢ଼େଙ୍କାନାଳ,୦୧/୧୨/୨୦୨୧(ଓଡ଼ିଶା ସମାଚାର)-ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି ବାଳିକା ବିଦ୍ୟାଳୟ ର …

Leave a Reply

Your email address will not be published. Required fields are marked *