Wednesday , October 4 2023
Breaking News
Home / କୃଷି / ତାଳଚେର ସାରକାରଖାନା ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର ସାରକାରଖାନା ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର ସାର କାରଖାନା ହେବ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ କାରଖାନା – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୧୨/୨୦୨୦(ଓଡ଼ିଶା ସମାଚାର)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ତାଳଚେର ସାର କାରଖାନା (ଟିଏଫଏଲ୍) ଦ୍ୱାରା କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟ ଏବଂ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ତାଳଚେର ସାର କାରଖାନା କାର୍ଯ୍ୟକ୍ଷମ ହେଲେ ଏହା ପେଟକୋକ୍ ବ୍ଲେଣ୍ଡିଂ ସହ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ସାର କାରଖାନା ହେବ । ଏହାସହ ଏହି କାରଖାନା ଓଡିଶା ଏବଂ ପୂର୍ବ ଭାରତର ବିଭିନ୍ନ ଅଂଚଳରେ ୟୁରିଆ ତଥା ସାରର ସହଜ ଯୋଗାଣ ଉପଲବ୍ଧିକୁ ସୁନିଶ୍ଚିତ କରିବା ଉକ୍ତ ବୈଠକରେ ତାଳଚେର ସାର କାରଖାନା ପାଇଁ ଥିବା ଚ୍ୟାଲେଞ୍ଜ ଏବଂ ପ୍ରକଳ୍ପକୁ ଶୀଘ୍ର କାର୍ଯ୍ୟକାରୀ କରିବା ଉପାୟ ଉପରେ ବିଚାର ବିମର୍ଷ କରାଯାଇଛି । ତାଳଚେର ସାର କାରଖାନା ସଫଳତାର ସହ କାର୍ଯ୍ୟକ୍ଷମ ହେବା ପରେଏହା ଓଡିଶା ତଥା ଭାରତକୁ ୟୁରିଆ ଉତ୍ପାଦନରେ ଆତ୍ମନିର୍ଭର କରିବା ଏହାସହ ଓଡିଶାରେ ନିଯୁକ୍ତି ସୁଯୋଗ ପ୍ରଦାନ କରିବା ସେଙ୍ଗସେଙ୍ଗ ରାଜ୍ୟର ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଉଲ୍ଲେଖନୀୟ ଯେ,ଏହି ବୈଠକରେ କୋଇଲା ମନ୍ତ୍ରଣାଳୟ, ଅର୍ଥ ମନ୍ତ୍ରଣାଳୟ, ବୈଦେଶିକ ମନ୍ତ୍ରଣାଳୟ, ପେଟ୍ରୋଲିୟମ ମନ୍ତ୍ରଣାଳୟ, ସାର ବିଭାଗ ଏବଂଏସବିଆଇ ବ୍ୟାଙ୍କର ବରିଷ୍ଠ ଅଫିସରମାନେ ମଧ୍ୟ ସାମିଲ ହୋଇଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *