Tuesday , November 30 2021
Breaking News
Home / ସ୍ୱାସ୍ଥ୍ୟ / ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୩୫ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୩୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୨/୧୨/୨୦୨୦ (ଓଡ଼ିଶା ସମାଚାର)- ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୦୨କୁ ବୃଦ୍ଧି ପାଇଛି । ୪ ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୩ ଜଣ ପୁରୁଷ । ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୩୬୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୨ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ବର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୦ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୨ଜଣ, ଷ୍ଟେଟ୍ ପୁଲ୍ରୁ ୭ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୩୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୮୨୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୦୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୨୩୧ ଜଣ ସକ୍ରିୟ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୩୪୫୭୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ରୋଗୀଙ୍କୁ ଦଇବ ସାହା :ଅପହଞ୍ଚ ଇଲାକାରେ ଫାର୍ମାସିଷ୍ଟଙ୍କ ଦ୍ଵାରା ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ବାଲିଗୁଡା,୨୮/୧୧ /୨୧(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ) :କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଟିକାବାଲି ବ୍ଲକ ଅନ୍ତର୍ଗତ ଗାର୍ଡିଙ୍ଗିଆ ଗ୍ରାମ ପଞ୍ଚାୟତରେ …

Leave a Reply

Your email address will not be published. Required fields are marked *