Sunday , September 25 2022
Home / ସ୍ୱାସ୍ଥ୍ୟ / ୫ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ

୫ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୩/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୦୭କୁ ବୃଦ୍ଧି ପାଇଛି । ୫ଜଣ କରୋନା ମୃତକ ସମସ୍ତେ ପୁରୁଷ । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଛି।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୭୫୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୫ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୬ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୪ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୪ଜଣ, ଷ୍ଟେଟ ପୁଲ୍ରୁ ୯ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୭୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୮୬୮୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ୧୮୦୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୨୧୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୩୭୮୭୮୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.