Friday , October 22 2021
Breaking News
Home / ସ୍ୱାସ୍ଥ୍ୟ / ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୪/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି । ୪ ମୃତକଙ୍କ ମଧ୍ୟରୁ ୨ ଜଣ ମହିଳା ଓ ୨ ଜଣ ପୁରୁଷ । ଖୋର୍ଦ୍ଧା, ଢେଙ୍କାନାଳ, ଗଞ୍ଜାମ ଏବଂ ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୦୮୯ କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୩ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫୧ଜଣ, ଷ୍ଟେଟ ପୁଲ୍ରୁ ୭ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୦୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୯୦୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ୧୮୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୧୫୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୦୯୬୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୮୭ ଜଣ ଶିଶୁ ଆକ୍ରାନ୍ତ – ୪ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୯/୧୦/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ …

Leave a Reply

Your email address will not be published. Required fields are marked *