Friday , October 22 2021
Breaking News
Home / ସ୍ୱାସ୍ଥ୍ୟ / ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୦୦ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୦୦ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୫/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୫କୁ ବୃଦ୍ଧି ପାଇଛି । ୪ ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସମସ୍ତ ମୃତକ ପୁରୁଷ ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୩୮୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୨୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ, ଷ୍ଟେଟ ପୁଲ୍ରୁ ୯ ଜଣ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୩୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୯୪୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ୧୮୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୦୬୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୩୭୩୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୮୭ ଜଣ ଶିଶୁ ଆକ୍ରାନ୍ତ – ୪ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୯/୧୦/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ …

Leave a Reply

Your email address will not be published. Required fields are marked *