Tuesday , October 19 2021
Breaking News
Home / ସ୍ୱାସ୍ଥ୍ୟ / ୫ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ

୫ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୭/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୫କୁ ବୃଦ୍ଧି ପାଇଛି । ୫ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ୩ ଜଣ ପୁରୁଷ । ସୁନ୍ଦରଗଡ଼ ଜିଲାରୁ ଜଣେ ମହିଳା ଓ ଜଣେ ପୁରୁଷ , ବାଲେଶ୍ୱର ଜିଲାରୁ ଜଣେ ମହିଳା, ଜଗତସିଂହପୁର ଜିଲାାରୁ ଜଣେ ପୁରୁଷ , ପୁରୀ ଜିଲାରୁ ଜଣେ ପୁରୁଷ ମୃତ୍ୟୁ ବରଣ କରିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୧୪୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୮ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨୧ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍ରୁ ୧୨ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୧୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୦୨୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ୧୮୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୦୬୧ ଜଣ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୫୦୨୪୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ମେରୁଦଣ୍ଡ ରୋଗ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ ଏବଂ ଶୀଘ୍ର ଚିକିତ୍ସା କରିବା ଅତ୍ୟନ୍ତ ଜରୁରି ଅଟେ

ଭୁବନେଶ୍ୱର,୧୬/୧୦/୨୦୨୧(ଓଡ଼ିଶା ସମାଚାର)- ବାର୍ଦ୍ଧକ୍ୟ ପ୍ରକ୍ରିୟା ହେତୁ ସାଧାରଣ ଟିସୁ ଗଠନ ଏବଂ କାର୍ଯ୍ୟର କ୍ଷୟକୁ ଡିଜେରେଟିଭ୍ ରୋଗ ବୋଲି କୁହାଯାଏ …

Leave a Reply

Your email address will not be published. Required fields are marked *