ଭୁବନେଶ୍ୱର, ୧୮/୧୨/୨୦୨୦ (ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟାରେ ୨୫ଟି ଜିଲ୍ଲାରୁ ୩୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୦, ୯୪୭କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଶୁକ୍ରବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ଶୁକ୍ରବାର ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧା ଜିଲ୍ଲାରୁ ୪୬, ମୟୂରଭଞ୍ଜରୁ ୨୮, ଅନୁଗୁଳରୁ ୨୧, ବାଲେଶ୍ଵରରୁ ୨୦, କଟକରୁ ୨୦, ପୁରୀରୁ ୨୦, ସମ୍ବଲପୁରରୁ ୧୭, ବଲାଙ୍ଗୀରରୁ ୧୪, କଳାହାଣ୍ଡିରୁ ୧୩, କେନ୍ଦ୍ରାପଡାରୁ ୧୧, ଜଗତସିଂହପୁରରୁ ୯, ଗଞ୍ଜାମରୁ ୭, ନୂଆପଡାରୁ ୭, ଝାରସୁଗୁଡାରୁ ୬, କେନ୍ଦୁଝରରୁ ୬, ଢେଙ୍କାନାଳରୁ ୫, କୋରାପୁଟରୁ ୪, ଭଦ୍ରକରୁ ୩, ମାଲକାନଗିରିରୁ ୩, ରାୟଗଡାରୁ ୨, ଯାଜପୁରରୁ ୧, ନବରଙ୍ଗପୁରରୁ ୧ ଓ ନୟାଗଡରୁ ଜଣେ ଓ ଷ୍ଟେଟପୁଲରୁ ୧୧ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଓଡ଼ିଶା ସମାଚାର