Friday , October 22 2021
Breaking News
Home / ସ୍ୱାସ୍ଥ୍ୟ / ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୮/୧୨/୨୦୨୦ (ଓଡ଼ିଶା ସମାଚାର)-୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ୪ ମୃତକ ସମସ୍ତେ ପୁରୁଷ । ସେମାନ ଙ୍କ ମଧ୍ୟରୁ ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୫୦୫ କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫୦ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୫ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୨୮ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, କୋରାପୁଟ ଜିଲ୍ଲାରୁ ୮ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍ରୁ ୯ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୫୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୦୫୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ୧୮୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୦୩୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୫୩୬୨୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୮୭ ଜଣ ଶିଶୁ ଆକ୍ରାନ୍ତ – ୪ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୯/୧୦/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ …

Leave a Reply

Your email address will not be published. Required fields are marked *