Friday , September 22 2023
Breaking News
Home / ସ୍ୱାସ୍ଥ୍ୟ / ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୫୬ କରୋନା ସଂକ୍ରମିତ ଚିହ୍ନଟ

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୫୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୯/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୨କୁ ବୃଦ୍ଧି ପାଇଛି । ୩ ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି । ଜଗତସିଂହପୁର, ପୁରୀ, ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୮୬୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୫୭ ଜଣ ସ୍ଥାନୀୟ ବାସିନ୍ଦା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୧୯ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ , କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୮ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୫ଜଣ, ଷ୍ଟେଟ୍ ପୁଲ୍ରୁ ୧୨ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୮୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୦୯୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ୧୮୩୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୦୨୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୫୬୯୨୭୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *