Monday , October 3 2022
Breaking News
Home / ସ୍ୱାସ୍ଥ୍ୟ / ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୦/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୬କୁ ବୃଦ୍ଧି ପାଇଛି । ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ୨ ଜଣ ପୁରୁଷ । ଖୋର୍ଦ୍ଧା, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୨୩୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହଂ୍ନଟ ହୋଇଥିବା ବେଳେ ୧୫୮ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍ରୁ ୯ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୬ ହଜାର ୨୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ଲକ୍ଷ ୨୦ ହଜାର ୯୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୩୬ ଜଣଙ୍କର କରୋନା ରେ ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଆଉ ୩ ହଜାର ୦୩୫ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୬ ଲକ୍ଷ ୩୬ ହଜାର ୬୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି। ଓଡ଼ିଶା ସମାଚାର

Leave a Reply

Your email address will not be published.