Thursday , September 28 2023
Home / ସ୍ୱାସ୍ଥ୍ୟ / ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୬୩ କରୋନା ସଂକ୍ରମିତ ଚିହ୍ନଟ

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୬୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୧/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ୩ ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୨ ଜଣ ପୁରୁଷ । ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ମୃତ୍ୟୁ ବରଣ କରିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୫୯୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫୫ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୨୭ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୦ଜଣ, ଷ୍ଟେଟ ପୁଲ୍ରୁ ୧୨ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୬୫୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୧୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୩୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଆଉ ୩୦୫୭ ଜଣ ଏବେ ସୁଦ୍ଧା ଚିକିତ୍ସାଧିନ ଅଛନ୍ତି । ରାଜ୍ୟରେ ବର୍ତମାନ ସୁଦ୍ଧା ୬୬୩୫୯୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *