ଭୁବନେଶ୍ୱର, ୨୨/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୩କୁ ବୃଦ୍ଧି ପାଇଛି । ମୃତକ ସମସ୍ତେ ପୁରୁଷ । ଭୁବନେଶ୍ୱର, ଯାଜପୁର,କଳାହାଣ୍ଡି ଓ ପୁରୀ ରୁ ଜଣେ ଲେଖା କରୋନା ସଙ୍କ୍ରମିତ ଙ୍କ ର ମୃତ୍ୟୁ ହୋଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୩୫ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୨୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨ଜଣ, ଷ୍ଟେଟ ପୁଲ୍ରୁ ୫ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୬୯୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୧୯୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୪୩ ଜଣଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୩୦୬୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । । ଏବେ ସୁଦ୍ଧା ରାଜ୍ୟରେ ୬୬୬୫୭୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର