Friday , January 28 2022
Breaking News
Home / ସ୍ୱାସ୍ଥ୍ୟ / ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ- ଆଉ ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ- ଆଉ ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୩/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ମୃତକ ମାନଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ମହିଳା , ବାଲେଶ୍ୱର ଓ ସୁନ୍ଦରଗଡ଼ ର ଜଣେ ଲେଖା ପୁରୁଷ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୬କୁ ବୃଦ୍ଧି ପାଇଛି ।

ଅନ୍ୟପକ୍ଷରେ  ଆଉ ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୦ଜଣ ଚିହ୍ନଟ ହୋଇଥିବାବେଳେ ୧୫୪ଟି ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୭୨୭୯କୁ ବୃଦ୍ଧି ପାଇଛି।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪ଜଣ, ଷ୍ଟେଟ୍ ପୁଲ ରୁ ୧୦ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୭୨୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୨୩୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୪୩ ଜଣଙ୍କର କରୋନା ରେ ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୩୦୩୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୬୭୦୦୫୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।    ଓଡ଼ିଶା ସମାଚାର

About admin

Check Also

ଓଡ଼ିଶା ରେ ଆଉ ୭୪୨୬ଜଣ କରୋନା ସଂକ୍ରମିତ ଚିହ୍ନଟ, ୮୫୭ଜଣ ଶିଶୁ ସଂକ୍ରମିତ – ୧୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬/୧/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୭୪୨୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *