Wednesday , October 4 2023
Breaking News
Home / ସ୍ୱାସ୍ଥ୍ୟ / ଆଉ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ, ୨୬୩ ଜଣ ସଂକ୍ରମିତ ଚିହ୍ନଟ

ଆଉ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ, ୨୬୩ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୪/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଓ ଜଣେ ପୁରୁଷ । ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ ଜଣ ଏବଂ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୫୪୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୨ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ୍ ପୁଲ୍ ରୁ ୩ଜଣ ଚିହକନଟ ହୋଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୭ ହଜାର ୫୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ଲକ୍ଷ ୨୨ ହଜାର ୯୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୫୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଆଉ ୨ ହଜାର ୯୯୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୭ ଲକ୍ଷ ୩୭ ହଜାର ୩୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି। ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *