Friday , September 29 2023
Breaking News
Home / ସ୍ୱାସ୍ଥ୍ୟ / ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ – ୩୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ – ୩୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୬/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ମାନଙ୍କ ମଧ୍ୟରେ ୩ ଜଣ ମହିଳା ଓ ଜଣେ ପୁରୁଷ । ବାଲେଶ୍ୱରର ଜଣେ ୫୮ ବର୍ଷ ବୟସ୍କା ମହିଳା, ଭୁବନେଶ୍ୱରର ଜଣେ ୫୫ ବର୍ଷ ବୟସ୍କା ମହିଳା, ମୟୁରଭଂଜ ଜିଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଓ ସୁନ୍ଦରଗଡ଼ ଜିଲାର ଜଣେ ୭୧ ବର୍ଷ ବୟସ୍କା ମହିଳା ମୃତ୍ୟୁ ବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୭କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୨୦୧ କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୪ ଜଣ ସଙ୍ଗରୋଧ ରୁ ଚିହ୍ନଟ ହୋଇଥିବା ବେଳେ ୧୪୦ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୦ଜଣ, ଷ୍ଟେଟ୍ ପୁଲ୍ରୁ ୭ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୨୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୩୩୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୫୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୯୧୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୬୭୯୯୯୫୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *