ଭୁବନେଶ୍ୱର, ୨୭/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୩ ଜଣ ପୁରୁଷ । ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଳାହାଣ୍ଡି, ନୂଆପଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୧କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୫୦୪ କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରୁ ୧୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୧ ଜଣ ସ୍ଥାନୀୟ ଅଂଚଳୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍ ପୁଲ୍ ରୁ ୮ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୫୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୩୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୬୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୮୪୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୮୨୭୧୭୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର