Sunday , October 17 2021
Breaking News
Home / ସ୍ୱାସ୍ଥ୍ୟ / ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୨୩୪ ଜଣ ନୂତନ ସଂକ୍ରମିତ ଚିହ୍ନଟ

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୨୩୪ ଜଣ ନୂତନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୮/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୪କୁ ବୃଦ୍ଧି ପାଇଛି । ୩ ମୃତକଙ୍କ ମଧ୍ୟରେ ଜଣେ ମହିଳା, ଜଣେ ପୁରୁଷ ଓ ଜଣେ ଶିଶୁ ପୁତ୍ର । ଖୋର୍ଦ୍ଧା, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୭୩୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ ସଙ୍ଗରୋଡଧ କେନ୍ଦ୍ର ଋୁ ଚିହ୍ନଟ ହୋଇଥିବା ବେଳେ ୯୮ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍ ପୁଲ୍ରୁ ୬ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୭୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୪୦୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୬୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୭୫୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୬୮୫୫୮୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କୋରୋ ପଂଚାୟତରେ କରୋନା ଟୀକାକରଣ

କେନ୍ଦ୍ରାପଡ଼ା, ୧୫/୧୦/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରାଙ୍କ ନିର୍ଦେଶ କ୍ରମେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ଗ୍ରାମପଂଚାୟତରେ କରୋନା …

Leave a Reply

Your email address will not be published. Required fields are marked *