Friday , September 29 2023
Breaking News
Home / ବିଶେଷ / ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୯/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୮କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୦୦୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୨ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ୍ ପୁଲ୍ରୁ ୫ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୪୩୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୬୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୬୮୮ ଜଣ ସକ୍ରିୟ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୮୮୨୫୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *