Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ / ୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୧୫ ଜଣ ସଂକ୍ରମିତ ଚିହ୍ନଟ

୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୧୫ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୩୧/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୩କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୪ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୬୨୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ୧୫ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪୦ଜଣ, କଟକ ଜିଲ୍ଲାରୁ ୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗସତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ୨୬ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍ରୁ ୬ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୬୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୫୧୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୫୯୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୬୯୪୬୯୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

୯ଜଣ ଶିଶୁ ଙ୍କ ସମେତ ୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୨୭/୬/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Leave a Reply

Your email address will not be published. Required fields are marked *