Friday , October 22 2021
Breaking News
Home / ସ୍ୱାସ୍ଥ୍ୟ / ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୨୪୫ ଜଣ ନୂଆ ସଂକ୍ରମିତ ଚିହ୍ନଟ

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୨୪୫ ଜଣ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୧/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ମୃତକ ମାନଙ୍କ ମଧ୍ୟରେ ଜଣେ ମହିଳା ଓ ୨ ଜଣ ପୁରୁଷ । ୩ ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୬କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୮୬୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୬ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ୫ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ୩୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ, ଷ୍ଟେଟ ପୁଲ୍ରୁ ୫ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୮୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୫୪୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୫୦୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୬୯୭୬୧୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୮୭ ଜଣ ଶିଶୁ ଆକ୍ରାନ୍ତ – ୪ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୯/୧୦/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୫୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ …

Leave a Reply

Your email address will not be published. Required fields are marked *