Wednesday , October 4 2023
Breaking News
Home / ବ୍ୟବସାୟ ବାଣିଜ୍ୟ / ଭୁବନେଶ୍ୱରରୁ ଇଣ୍ଡିଆନ ଅଏଲ ର ମିସଡ୍ କଲରେ ସର୍ବଭାରତୀୟ ଗ୍ୟାସ ରିଫିଲ୍ ବୁକିଂ ର ଲଚିଂ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱରରୁ ଇଣ୍ଡିଆନ ଅଏଲ ର ମିସଡ୍ କଲରେ ସର୍ବଭାରତୀୟ ଗ୍ୟାସ ରିଫିଲ୍ ବୁକିଂ ର ଲଚିଂ କଲେ କେନ୍ଦ୍ରମନ୍ତ୍ରୀ

ଏଣିକି ଗୋଟିଏ ମିସଡ଼୍ କଲରେ ଘରେ ପହଁଚିବ ଗ୍ୟାସ -ଧର୍ମେନ୍ଦ୍ର ପ୍ରଧାନ
୮୪୫୪୯୫୫୫୫୫ ନମ୍ବରରେ ଗୋଟିଏ ମିସକଲ୍ ଦେଲେମିଳିବ ସୁବିଧା
ଭୁବନେଶ୍ୱର, ୦୨/୦୧/୨୦୨୧ (ଓଡ଼ିଶା ସମାଚାର)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡ଼ିଜିଟାଲ ଇଣ୍ଡିଆର ସ୍ୱପ୍ନ ସାକାର କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରୁ ଇଣ୍ଡିଆନ ଅଏଲ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜଧାନୀ ଭୁବନେଶ୍ୱର ସମେତ ସମଗ୍ର ଦେଶରେ ଇଣ୍ଡିଆନ ଅଏଲର ଉପଭୋକ୍ତାଙ୍କ ପାଇଁ ରନ୍ଧନ ଗ୍ୟାସ ରିଫିଲ ବୁକିଂ ଏବଂ କେବଳ ଭୁବନେଶ୍ୱରରେ ନୂତନ ଗ୍ୟାସ ସଂଯୋଗର ପଞ୍ଜୀକରଣ ନିମନ୍ତେ ମିସଡ୍ କଲ୍ ସୁବିଧାର ଶୁଭାରମ୍ଭ କରିଛନ୍ତି । ଏହି ସୁବିଧା ଉପଲବ୍ଧ ଫଳରେ ଇଣ୍ଡିଆନ ଅଏଲର ଉପଭୋକ୍ତାମାନେ ଏଣିକି ମୋବାଇଲ ଫୋନରୁ ୮୪୫୪୯୫୫୫୫୫ନମ୍ବରରେ ଗୋଟିଏ ମିସକଲ ଦେଲେ ଘରେ ଗ୍ୟାସ ପହଁଚିଯିବ ଓ ନୂଆ ଗ୍ୟାସ ସଂଯୋଗ ପାଇଁ ପଞ୍ଜିକରଣ ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ସମେତ ଦେଶର ୭ଟି ବଡ଼ ସହର ଯଥା ଚେନ୍ନାଇ, ବାଙ୍ଗାଲୋର, ହାଇଦ୍ରାବାଦ, କୋଲକତା, କୋଚି, ଇନ୍ଦୋର ସହରରେ ଇଣ୍ଡିଆନ ଅଏଲ ଦ୍ୱାରା ବିକଶିତ ଦେଶର ପ୍ରଥମ ବିଶ୍ୱସ୍ତରୀୟ ପ୍ରିମିୟମ ଗ୍ରେଡ୍ ପେଟ୍ରୋଲ ‘ଅକ୍ଟେନ ୧୦୦’ ତଥା ଏକ୍ସପି ୧୦୦ ର ପ୍ରଚଳନର ଶୁଭାରମ୍ଭ କରିଛନ୍ତି । ସେହିପରି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଆସାମର ଦିଗବୋଇ ବିଶୋଧନାଗାରରୁ ଏକ୍ସପି ୧୦୦ର ପ୍ରଥମ ବ୍ୟାଚକୁ ସବୁଜ ପତକା ପ୍ରଦର୍ଶନଦ୍ୱାରା ଶୁଭାରମ୍ଭ ମଧ୍ୟ ହୋଇଯାଇଛି । ଏହି ସବୁ କାର୍ଯ୍ୟକ୍ରମପାଇଁ ଶ୍ରୀ ପ୍ରଧାନ ଆଇଓସିଏଲକୁ ଧନ୍ୟବାଦ ଦେବା ସହ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଇଜ୍ ଅଫ୍ ଲିଭିଂକୁ ସର୍ବାଧିକ ପ୍ରାଥମିକତା ଦେଇଥିବା ବେଳେ ଭୁବନେଶ୍ୱରରୁ ରାଷ୍ଟ୍ରୀୟ ସୁବିଧାର ଉପଲବ୍ଧହେବା ଏହାର ବଡ଼ ଉଦାହରଣ ।ଏହା ନୂଆବର୍ଷରେ ଭୁବନେଶ୍ୱର ଓ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଡ଼ିଜିଟାଲ ଉପହାରା ତେବେ ଖୁବ ଶୀଘ୍ର ଓଙ୍ଗÿିଶାରେ ସବୁ ଇଣ୍ଡେନର ଗ୍ରାହକ ମାନଙ୍କୁଏହି ମିସଡ୍ କଲ୍ ରେ ଗ୍ୟାସ ପଞ୍ଜିକରଣ ସୁବିଧାଉପଲବ୍ଧ କରାଯିବ ଏବଂ ଆଗାମୀକିଛି ମାସରେଦେଶରେ ସୁବୁଠି ଏହିଡିଜିଟାଲସୁବିଧା ଉପଲବ୍ଧ ହେବବୋଲି କହିଛନ୍ତି । ଅନେକ ଲୋକମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଡ଼ିଜିଟାଲ ଇଣ୍ଡିଆ ନେଇ ମଜାକ୍ କରୁଥିବା ବେଳେ ବର୍ତମାନ ଗୋଟିଏ ସୁଇଚ୍ ଟିପିଲେ ଘରେ ଗ୍ୟାସ ପହଁଚିବା କେବଳ ଡ଼ିଜିଟାଲ ଇଣ୍ଡିଆରେ ହିଁ ସମ୍ଭବ ହୋଇଛି । ପ୍ରଧାନମନ୍ତ୍ରୀମୋଦିଙ୍କ ନେତୃତ୍ୱରେ କେବଳ ସମ୍ପନ୍ନ ଘର ଲୋକଙ୍କ ପାଖରେ ଏହି ଅତ୍ୟାଧନିକ ସୁବିଧା ପହଁଚାଇବା ନୁହେଁ ବରଂ ଗରିବରୁ ଗରିବ ଲୋକଙ୍କ ପାଖରେ ମଧ୍ୟ ସମସ୍ତ ସୁବିଧା ପହଁଚାଇବା ଭାରତ ସରକାରଙ୍କ ଲକ୍ଷ୍ୟ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ସେହିପରି ମୋଦି ସରକାର ମହିଳାଙ୍କୁ ସର୍ବୋପରି ଗୁରୁତ୍ୱ ଦେଇଆସୁଛନ୍ତି । ସମସ୍ତଙ୍କ ଘରେ ଗ୍ୟାସ ଉପଲବଦ୍ଧ କରାଇବା ମହିଳାଙ୍କ ସ୍ୱାସ୍ଥ୍ୟ, ଜୀବନ ଓ ସେମାନଙ୍କ ପରିବାର ସହ ଜଡ଼ିତ । ପୂର୍ବ ସରକାରରେ ଓଡ଼ିଶାରେ ୧୦୦ରେ ହାରାହାରି ୨୨ଜଣଙ୍କ ଘରେ ରନ୍ଧନ ଗ୍ୟାସ ଥିବାବେଳେ ଏବେ କିନ୍ତୁମୋଦି ସରକାରରେଏହା ବୃଦ୍ଧି ପାଇ ୮୦ ପ୍ରତିଶତରେ ପହଁଚିଛି । ଖୁବ ଶୀଘ୍ର ଏହାକୁ ଶତପ୍ରତିଶତ କରାଯିବ । ଏହା ହିଁ ମୋଦିଙ୍କ ସରକାରଙ୍କମହିଳାଙ୍କ ପ୍ରତି ଯୋଜନାର ବଳିଷ୍ଠ ପ୍ରମାଣ । ଏହି ହାଇଗ୍ରେଡ୍ ଯୁକ୍ତ ତୈଳ ଇନ୍ଧନକୁ ଇଣ୍ଡିଆନ ଅଏଲ ପକ୍ଷରୁ ‘ଏକ୍ସପି ୧୦୦’ ନାମରେ ବ୍ରାଣ୍ଡିଂ କରାଯାଇଛି । ପ୍ରିମିୟମ ଯାନ ମାନଙ୍କରେ ଏହି ତୈଳର ବ୍ୟବହାର ଦ୍ୱାରା ଇଞ୍ଜିନର ଗତି ବଢ଼ିବ । ଗତ ଡିସେମ୍ବର୧ରେପ୍ରଥମ ପର୍ଯ୍ୟାୟରେଦେଶର ୧୦ଟି ସହର ଯଥା ଦିଲ୍ଲୀ, ଗୁଡଗାଁଓ, ନୋଏଡ଼ା, ଆଗ୍ରା, ଜୟପୁର, ଚଣ୍ଡିଗଡ଼, ଲୁଧିଆନା, ମୁମ୍ବାଇ, ପୁଣେ, ଅହମ୍ମଦବାଦରେ ଏହି ହାଇଗ୍ରେଡ୍ ଯୁକ୍ତ ତୈଳ ଇନ୍ଧନକୁ ଉପଲବ୍ଧକରାଯାଇଥିଲା ।
ଆସାମର ଦିଗବୋଇ ବିଶୋଧନାଗାରରୁ ଏକ୍ସପି୧୦୦ର ପ୍ରଥମ ବ୍ୟାଚକୁ ସବୁଜ ପତକା ପ୍ରଦର୍ଶନ କରି ଏହାର ଶୁଭାରମ୍ଭ କରାଯାଇଛି । ଏକବିଂଶ ଶତାବ୍ଦୀରେ ଟେକ୍ନୋଲୋଜି ମାଧ୍ୟମରେ ନାଗରିକଙ୍କ ଇଜ୍ ଅଫ୍ ଲିଭିଂକୁ ବଢ଼ାଇବା ପାଇଁ ମୋଦି ସରକାରପ୍ରତିବଦ୍ଧ ବୋଲି ସେ କହିଛନ୍ତି ।କରୋନା ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ,କରୋନା ଯୋଦ୍ଧାଙ୍କ ଦୃଢ଼ ଇଚ୍ଛା ଶକ୍ତି ଓ ଦେଶର ତୈଳ ବିପରଣ କମ୍ପାନୀ ଯଥା ଆଇଓସିଏଲ, ବିପିସିଏଲ ଓ ଏଚପିସିଏଲ ଇତ୍ୟାଦିଙ୍କ ଉଦ୍ୟମ କାରଣରୁ ଦେଶରେ ଏଲପିଜି ଗ୍ୟାସ ଯୋଗାଣକୁ ସୁନିଶ୍ଚିତ କରାଯାଇଛି । ଏହି ସଫଳତା ବିଶ୍ୱ ପାଇଁ ଆଜିର ଦିନରେ ଉଦାହରଣ ହୋଇଛି । ତେବେ ଭାରତ ଲୋକଙ୍କ ଇଚ୍ଛାଶକ୍ତି କାରଣରୁ ଏହା ସମ୍ଭବ ହୋଇପାରିଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *