Thursday , October 21 2021
Breaking News
Home / ସ୍ୱାସ୍ଥ୍ୟ / ୪ ଜଣ କରୋନା ସଙ୍କ୍ରମିତଙ୍କର ମୃତ୍ୟୁ – ୨୫୧ ଜଣ ନୂତନ ସଙ୍କ୍ରମିତ ଚିହ୍ନଟ

୪ ଜଣ କରୋନା ସଙ୍କ୍ରମିତଙ୍କର ମୃତ୍ୟୁ – ୨୫୧ ଜଣ ନୂତନ ସଙ୍କ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୨/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଙ୍କ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକ ସମସ୍ତେ ପୁରୁଷ । ଭୁବନେଶ୍ୱପରର ଜଣେ ୪୧ ବର୍ଷ ବୟସ୍କ ପୁରୁଷ,ବଲାଙ୍ଗୀର ଜିଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ, କଟକ ଜିଲାର ଜଣେ ୯୪ ବର୍ଷ ବୟସ୍କ ପୁରୁଷ ଓ ଖୋର୍ଦ୍ଧା ଜିଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ମୃତ୍ୟୁ ବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୮୦ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ କରୋନା ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୧୧୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ, ଷ୍ଟେଟ୍ ପୁଲ୍ରୁ ୩ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୫୭୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ସଙ୍କ୍ରମିତ ଅନ୍ୟ ରୋଗରେ ପ୍ରାଣ ହରାଇଚନ୍ତି । ଆଉ ୨୪୫୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଆଜି ସୁଦ୍ଧା ରାଜ୍ୟରେ ୭୦୦୦୮୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୪୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୫୦ ଜଣ ଶିଶୁ ସଂକ୍ରମିତ – ୫ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୪୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ …

Leave a Reply

Your email address will not be published. Required fields are marked *