Thursday , September 28 2023
Home / ସ୍ୱାସ୍ଥ୍ୟ / ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୧୯୨ ଜଣ କରୋନା ସଂକ୍ରମିତ ଚିହ୍ନଟ

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୧୯୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୩/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ମୃତକ ମାନଙ୍କ ମଧ୍ୟରେ ସମସ୍ତେ ପୁରୁଷ । ବଲାଙ୍ଗୀର , ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୩ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୩୦୯ରେ ପହଞ୍ଚିଛି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ, ଷ୍ଟେଟ୍ ପୁଲ୍ରୁ ୨ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୫୯୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୩ ଜଣ ଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ସଙ୍କ୍ରମିତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୨୪୦୮ ଜଣ ଚିକିତ୍ସାଧିନ ଥିବାବେଳେ ବେଳେ ଏବେ ସୁଦ୍ଧା ରାଜ୍ୟରେ ୭୦୧୨୮୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *