Tuesday , January 18 2022
Breaking News
Home / ସ୍ୱାସ୍ଥ୍ୟ / ୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୧୮୩ କରୋନା ସଂକ୍ରମିତ ଚିହ୍ନଟ

୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୧୮୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୪/୦୧/୨୦୨୧ (ଓଡ଼ିଶା ସମାଚାର)- ୨୪ ଘଣ୍ଟା ମଧ୍ୟରେ   ୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ୨ ମୃତକଙ୍କ ମଧ୍ୟରେ ବାଲେଶ୍ବର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ୨ ମୃତକ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫କୁ ବୃଦ୍ଧି ପାଇଛି ।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୪୯୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୭ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିହଂପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡ ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୂଆପଡ଼଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ ପୁଲ୍ ରୁ ୫ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୪୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ  ୩୨୬୨୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।  ଆଉ ୨୩୪୫ ଜଣ ଚିକିତ୍ସାଧିନ ଅଛନ୍ତି । ଓଡ଼ିଶା ସମାଚାର

About admin

Check Also

ପାଟକୁରା ପୋଲିସ ର କରୋନା ସଚେତନତା କାର୍ଯ୍ୟକ୍ରମ

ପାଟକୁରା, ୧୬/୧/୨୦୨୨ (ଓଡ଼ିଶା ସମାଚାର)-ଆମ ପୋଲିସ କାର୍ଯ୍ୟକ୍ରମରେ ପାଟକୁରା ପୋଲିସ ଆଜି କରୋନା ସଚେତନତା କରିବା ସହିତ ବଜାରରେ ମାସ୍କ …

Leave a Reply

Your email address will not be published. Required fields are marked *