Friday , September 22 2023
Breaking News
Home / ସ୍ୱାସ୍ଥ୍ୟ / ୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୧୯୮ ଜଣ ନୂଆ ସଂକ୍ରମିତ ଚିହ୍ନଟ

୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୧୯୮ ଜଣ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୫/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ୨ ମୃତକଙ୍କ ମଧ୍ୟରେ ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୬୯୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ୍ ପୁଲ୍ରୁ ୪ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୬୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୬୫୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୨୪୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ରାଜ୍ୟରେ ୭୦୪୪୮୮୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *