Saturday , October 16 2021
Breaking News
Home / ସ୍ୱାସ୍ଥ୍ୟ / ଜଣେ କରୋନା ସଂକ୍ରମିତ ଙ୍କ ମୃତ୍ୟୁ – ୨୩୦ ସଂକ୍ରମିତ ଚିହ୍ନଟ

ଜଣେ କରୋନା ସଂକ୍ରମିତ ଙ୍କ ମୃତ୍ୟୁ – ୨୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୭/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୮କୁ ବୃଦ୍ଧି ପାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୧୫୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍ ପୁଲ୍ରୁ ୨ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୧୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୭୦୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆାଉ ୨୨୦୨ ଜଣ ସକ୍ରୀୟ ଚିକିତ୍ସାଧିନ ଅଛନ୍ତି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୧୩/୧୦/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର୧୦ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା …

Leave a Reply

Your email address will not be published. Required fields are marked *