ଭୁବନେଶ୍ୱର, ୦୮/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ୨ ଜଣ ପୁରୁଷ । ଜଣେ ଭୁବନେଶ୍ୱରର ୮୩ ବର୍ଷ ବୟସ୍କ ପୁରୁଷ ଓ ଅନ୍ୟ ଜଣେ ନୟାଗଡ଼ ଜିଲାର ୩୭ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୩୯୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୪ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୦ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ୍ ପୁଲ୍ରୁ ୫ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୩୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୭୨୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୧୬୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୧୧୧୨୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର