Thursday , March 23 2023
Home / Uncategorized / ୨୬୦ କରୋନା ସଂକ୍ରମିତ ଚିହ୍ନଟ

୨୬୦ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୦/୦୧/୨୦୨୧ (ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୮୬୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ ସଙ୍ଗରୋଧଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୯ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୪ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିହଂପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ,ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୮୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୧୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୭୮୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୧୭୨୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.