ଭୁବନେଶ୍ୱର, ୧୧/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୨କୁ ବୃଦ୍ଧି ପାଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୨୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୧୦୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୨ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଚନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୯ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ୍ ପୁଲ୍ରୁ ୨ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୧୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୮୦୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୧୧୮ ଜଣ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୦୧୭୩୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର