Sunday , April 2 2023
Breaking News
Home / ଶିକ୍ଷା / ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫି ଛାଡକଲେ ମୁଖ୍ୟମନ୍ତ୍ରୀ

ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫି ଛାଡକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨/୦୧/୨୦୨୧ (ଓଡ଼ିଶା ସମାଚାର)- ଛାତ୍ର ସମାଜର ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫି ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଧେଶ ଦେଇଛନ୍ତି । ଏହାଦ୍ୱାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ ।
ସୂଚନାଯୋଗ୍ୟ ଯେ ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍ ଦେବାକୁ ପଡିଥାଏ । କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦- ୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.