Tuesday , March 28 2023
Breaking News
Home / ସ୍ୱାସ୍ଥ୍ୟ / ଦୁଇ ଜଣ କରୋନା ସଙ୍କ୍ରମିତଙ୍କର ମୃତ୍ୟୁ – ୨୨୫ ଜଣ ନୂତନ ସଙ୍କ୍ରମିତ ଚିହ୍ନଟ

ଦୁଇ ଜଣ କରୋନା ସଙ୍କ୍ରମିତଙ୍କର ମୃତ୍ୟୁ – ୨୨୫ ଜଣ ନୂତନ ସଙ୍କ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୨/୦୧/୨୦୨୧ (ଓଡ଼ିଶା ସମାଚାର)- ୨୪ ଘଣ୍ଟା ମଧ୍ୟରେ ଦୁଇ ଜଣ କରୋନା ସଙ୍କ୍ରମିତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୪କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୫ ଜଣ ନୂତନ କରୋନା ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୩୩୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୪ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୮ଜଣ, ଷ୍ଟେଟ୍ ପୁଲ୍ରୁ ୩ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୩୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୮୨୭୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୧୧୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭୨୨୯୯୪୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.