ଭୁବନେଶ୍ୱର, ୧୬/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୯କୁ ବୃଦ୍ଧି ପାଇଛି । ମୃତକ ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ବୋଲି ଜଣାପଡିଛି । ଗତ ୨୪ ଘଣ୍ଟା ମଧ୍ୟରେ ଯେଉଁ ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ୧୦୩ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୧୨୭ରେ ପହଞ୍ଚିଛି। ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୭ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୪ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୫ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ୧୬ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୨୪, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟ୍ ପୁଲ୍ରୁ ଜଣେ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୧୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୯୦୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୦୮୭ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୭୩୪୬୦୯୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର