ଭୁବନେଶ୍ୱର, ୧୭/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୦କୁ ବୃଦ୍ଧି ପାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୩୧୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୭ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ସର୍ବାଧିକ ୨୦ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ୬, ବରଗଡ ୧୦, ଭଦ୍ରକ ୧, ବଲାଙ୍ଗୀର ୩, ବୌଦ୍ଧ ୧, କଟକ ୭, ଦେଓଗଡ ୨, ଗଜପତି ୩, ଗଞ୍ଜାମ ୧, ଯାଜପୁର ୭, ଝାରସୁଗୁଡ଼ା ୧୧, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡ଼ା ୪, କେନ୍ଦୁଝର ୩, ଖୋର୍ଦ୍ଧା ୧୯, ମୟୁରଭଞ୍ଜ ୮, ନୟାଗଡ ୧, ନୂଆପଡ଼ା ୧୮, ପୁରୀ ୧୩, ସମ୍ବଲପୁର ୧୯, ସୁନ୍ଦରଗଡ ୧୮ ଓ ଷ୍ଟେଟ ପୁଲରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୩୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୯୩୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୦ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୨୦୩୯ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୩୭୬୮୯୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର