ଭୁବନେଶ୍ୱର, ୧୮/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୧କୁ ବୃଦ୍ଧି ପାଇଛି । ମୃତକ ଜଣଙ୍କ ବରଗଡ ଜିଲ୍ଲାର ବୋଲି ଜଣାପଡିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୪୪୪ କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯ ଜଣ ସଂଗରୋଧ କେନ୍ଦ୍ରରୁ ଏବଂ ସ୍ଥାନୀୟ ଅଞ୍ଚଳରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫ଜଣ, ଷ୍ଟେଟ୍ ପୁଲ ରୁ ଜଣେ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୪୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୪୪ଟି ୩୨୯୫୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୧୯୪୪ ଜଣ ସକ୍ରୀୟ ସଙ୍କ୍ରମିତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୭୪୦୨୫୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର