Saturday , March 25 2023
Breaking News
Home / ସ୍ୱାସ୍ଥ୍ୟ / ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ – ଆଉ ୧୨୨ ଜଣ ନୂତନ ସଙ୍କ୍ରମିତ ଚିହ୍ନଟ

ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ – ଆଉ ୧୨୨ ଜଣ ନୂତନ ସଙ୍କ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୯/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ କରେନା ସଙ୍କ୍ରମିତ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ବରଗଡ ଜିଲ୍ଲାର ବୋଲି ଜଣାପଡିଛି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୨କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୨ଜଣ ନୂତନ କରୋନା ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୫୬୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ଯୋଇଥିବା ବେଳେ ୫୦ ଜଣ ସ୍ଥାନୀୟ ବାସିନ୍ଦା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୫୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୯୮୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୧୮୧୦ ଜଣ ସକ୍ରୀୟ ସଙ୍କ୍ରମିତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୭୪୨୬୦୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓନିଶା ସମାଚାର

Leave a Reply

Your email address will not be published.