ଭୁବନେଶ୍ୱର, ୨୦/୦୧/୨୦୨୧ (ଓଡ଼ିଶା ସମାଚାର)- ଲଗାତର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେଉଥିବାରୁ ରାଜ୍ୟରେ ବସ୍ ଭଡା ବୃଦ୍ଧି କରାଯାଇଛି ।ଏ ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ ,ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା ଏକ ପଇସା ଲେଖାଏଁ ବଢିଛି । ସାଧାରଣ ବସ୍ ଭଡା ୭୩ ପଇସା ରୁ ୭୪କୁ ବୃଦ୍ଧି କରାଯାଇଛି । ସେହିପରି ଏକ୍ସପ୍ରେସ୍ ବସ୍ ଭଡା ୭୬ ପଇସାରୁ ୭୭ ପଇସାକୁ ବୃଦ୍ଧି ପାଇଛି । ଡିଲକ୍ସ ଓ ଏସି ଡିଲକ୍ସ ଭଡା ଦୁଇ ପଇସା ଲେଖାଏଁ ବୃଦ୍ଧି କରାଯାଇଛି । ଡିଲକ୍ସ ବସ୍ ଭଡା ୧ ଟଙ୍କା ୭ ପଇସାରୁ ୧ ଟଙ୍କା ୯ ପଇସାକୁ ବୃଦ୍ଧିପାଇଥିବା ବେଳେ ଏସି ଡିଲକ୍ସ ବସ ଭଡା ୧ ଟଙ୍କା ୨୯ ପଇସାରୁ୧ ଟଙ୍କା ୩୧ ପଇସା ବୃଦ୍ଧି କରାଯାଇଛି । ଓଡ଼ିଶା ସମାଚାର