Thursday , March 23 2023
Home / ସ୍ୱାସ୍ଥ୍ୟ / ଜଣେ କରୋନା ସଂକ୍ରମିତ ଜଣଙ୍କର ମୃତ୍ୟୁ – ଆଉ ୧୪୩ ଜଣ ସଂକ୍ରମିତ ଚିହ୍ନଟ

ଜଣେ କରୋନା ସଂକ୍ରମିତ ଜଣଙ୍କର ମୃତ୍ୟୁ – ଆଉ ୧୪୩ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୧/୦୧/୨୦୨୧ (ଓଡ଼ିଶା ସମାଚାର)- ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ କଟକ ଜିଲ୍ଲାର ବୋଲି ଜଣାପଡିଛି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୩କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୮୬୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୧୭ଜଣ, ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୮୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୦୩୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୧୫୮୯ ଜଣ ସକ୍ରୀୟ ଚିକିତ୍ସାଧିନ ଅଛନ୍ତି ।େ ଏବେ ସୁଦ୍ଧା ରାଜ୍ୟରେ ୭୪୭୭୭୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.