ଭୁବନେଶ୍ୱର, ୨୪/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ୭୪ ବର୍ଷୀୟା ମହିଳା ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୫କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଆଜି ରାଜ୍ୟରୁ ୧୫୦ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୫୦ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୧ଜଣ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୪ଜଣ ,ବାଲେଶ୍ବର ଜିଲ୍ଲାରୁ ୭ଜଣ, ବରଗଡ଼ ୧୮ଜଣ, ଭଦ୍ରକରୁ ୭ଜଣ, ବଲାଙ୍ଗୀରରୁ ୫ଜଣ, ବୌଦ୍ଧରୁ ୨ଜଣ, କଟକରୁ ୧୫ଜଣ, ଦେବଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୬ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୮ଜଣ, କଳାହାଣ୍ଡିରୁ ୨ଜଣ,କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୪ଜଣ, ଖୋର୍ଧାରୁ ୪ଜଣ, ମୟୁରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ୨ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୦, ସମ୍ବଲପୁରରୁ ୧୦ଜଣ,ସୁବର୍ଣ୍ଣପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୨୨ଜଣ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୦୯୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କା ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୧୩୮୦ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୭୫୪୮୪୨୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର