ଭୁବନେଶ୍ୱର, ୨୪/୦୧/୨୦୨୧ (ଓଡ଼ିଶା ସମାଚାର)- ଆସନ୍ତା ଗଣତନ୍ତ୍ର ଦିବସ ଜାନୁଆରୀ ୨୬ ରେ ପତାକା ଉତ୍ତୋଳନ କିଏ କେଉଁଠି କରିବେ ଏନେଇ ପୁରା ତାଲିକା ପ୍ରକାଶ କରିଛନ୍ତି ରାଜ୍ୟ ସରକାର । ୨୦ଟି ସ୍ଥାନରେ ମନ୍ତ୍ରୀ ପତାକା ଉତ୍ତୋଳନ କରିବାକୁ ଥିବା ବେଳେ ୯ଟି ସ୍ଥାନରେ ଜିଲ୍ଲାପାଳ ଏବଂ ୩ଟି ସ୍ଥାନରେ ଆର୍ଡିସି ପତାକା ଉତ୍ତୋଳନ କରିବେ। ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ଜାତୀୟ ପତାକା ଉତ୍ତୋଳନ କରି ପରେଡ୍ରେ ଅଭିବାଦନ ଗ୍ରହଣ କରିବେ ଓ ସମ୍ମାନିତ ଅତିଥି ହେବେ ମୁଖ୍ୟମନ୍ତ୍ରୀ ।ସେହିପରି କଟକରେ, ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପୁରୀରେ ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମକେଶରୀ ଆରୁଖ, ଅନୁଗୁଳରେ ଇସ୍ପାତ, ଖଣି ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, କଳାହାଣ୍ଡିରେ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଗଞ୍ଜାମରେ ଯୋଜନା ଓ ସମନ୍ଵୟ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ବାଲେଶ୍ୱରରେ ପଞ୍ଚାୟତରାଜ, ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ରାୟଗଡ଼ାରେ କୃଷି ଓ କୃଷକ ସଶକ୍ତକରଣ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, କନ୍ଧମାଳରେ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି, ମୟୂରଭଞ୍ଜରେ ଗ୍ରାମୀଣ ବିକାଶ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂହ, ବରଗଡ଼ରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ, ସମ୍ବଲପୁରରେ ମହିଳା ଓ ଶିଶୁ ବିକାଶ ଏବଂ ମିସନ୍ ଶକ୍ତି ମନ୍ତ୍ରୀ ଟୁକୁନୀ ,ନୟାଗଡ଼ରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ ଓ ଅନଗ୍ରସର ଶ୍ରେଣୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସରକା, କେନ୍ଦୁଝରରେ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଯାଜପୁରରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ସାଧାରଣ ଉଦ୍ୟୋଗ, ସାମାଜିକ ନିରାପତ୍ତା ଏବଂ ଭିନ୍ନକ୍ଷମ ସଶକ୍ତକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବଲାଙ୍ଗୀରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସୁନ୍ଦରଗଡ଼ରେ ପର୍ୟ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କୋରାପୁଟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ନବରଙ୍ଗପୁରରେ ଜଳ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଗଜପତିରେ ହସ୍ତତନ୍ତ, ବୟନ ଓ ହସ୍ତକଳା ମନ୍ତ୍ରୀ ପଦ୍ମିନୀ ଦିଆନ, ମାଲକାନଗିରିରେ ବୈଦ୍ୟୁତିକ, ସୂଚନା ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍ରେ ଅଭିବାଦନ ଗ୍ରହଣ କରିବେ।
ଏହାଛଡ଼ା, ବ୍ରହ୍ମପୁରରେ ଆର୍ଡିସି, ରାଉରକେଲାରେ ସମ୍ବଲପୁରର ଆର୍ଡିସି, ଖୋର୍ଦ୍ଧାରେ କଟକ ଆର୍ଡିସି ଜାତୀୟ ପତାକା ଉତ୍ତୋଳନ କରିବେ । ସେହିପରି ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନୁଆପଡ଼ା, ସୁବର୍ଣ୍ଣପୁର ଓ ଜଗତ୍ସିଂହପୁରରେ ଜିଲ୍ଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବେ। ଓଡ଼ିଶା ସମାଚାର
Home / ବିଶେଷ / ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ଜାତୀୟ ପତାକା ଉତ୍ତୋଳନ କରି ପରେଡ୍ରେ ଅଭିବାଦନ ଗ୍ରହଣ କରିବେ
Check Also
ପହଣା ତିକନପୁର ନଦୀ ବନ୍ଧ ବିପର୍ଯ୍ୟସ୍ତ
ଗରଦପୁର, ୨୮/୦୫/୨୦୨୨( ଓଡ଼ିଶା ସମାଚାର )-ପହଣା ଠାରୁ ତିକନପୁର ପର୍ଯ୍ୟନ୍ତ ସାଢ଼େ ୩ କିମି ବାମ ପାଶ୍ୱର୍ ଚିତ୍ରୋପôଳା ନଦୀ …