Saturday , April 1 2023
Breaking News
Home / ବ୍ୟବସାୟ ବାଣିଜ୍ୟ / କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ରର ଅନୁରୋଧ ରଖିଲେ କେନ୍ଦ୍ର ଖଣି ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦଯୋଶୀ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ରର ଅନୁରୋଧ ରଖିଲେ କେନ୍ଦ୍ର ଖଣି ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦଯୋଶୀ

ଅନୁଗୁଳ ନାଲକୋ ପ୍ଲାଂଟର ସଂପ୍ରସାରଣ ପାଇଁ ପୁଞ୍ଜିନିବେଶର ଦ୍ୱାର ଫିଟିଲା – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୮/୦୧/୨୦୨୧(ଓଡ଼ିଶା ସମାଚାର)- ଅନୁଗୁଳ ଜିଲ୍ଲାର ନ୍ୟାସନାଲ ଆଲୁମିନିୟମ କମ୍ପାନୀ (ନାଲକୋ) ଆଲୁମିନିୟମ ପ୍ଲାଂଟସଂପ୍ରସାରଣର ପ୍ରକଳ୍ପ ଗୁଡିକପାଇଁ ଭାରତ ସରକାରଙ୍କ ଖଣି ଓ କୋଇଲା ମନ୍ତ୍ରଣାଳୟ ପକ୍ଷରୁସବୁ ପଦକ୍ଷେପ ନିଆଯାଉଛି ବୋଲି ଗତ ଜାନୁଆରୀ ୪ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏସମ୍ବନ୍ଧରେ ଲେଖିଥିବା ପତ୍ରର ଉତରରେ ଚିଠି ଲେଖି ଜଣାଇଛନ୍ତି କେନ୍ଦ୍ର ଖଣି, କୋଇଲା ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀା ଏହାଦ୍ୱାରା ଅନୁଗୁଳ ନାଲକୋ ପ୍ଲାଂଟର ସଂପ୍ରସାରଣ ପାଇଁ ପୁଞ୍ଜିନିବେଶର ଦ୍ୱାର ଫିଟିଥିବା କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି । ଗତ ଜାନୁଆରୀ ୪ରେ ଅନୁଗୁଳ ନାଲକୋ ଆଲୁମିନିୟମ ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶ୍ରୀ ପ୍ରଧାନ ପତ୍ର ଲେଖିଥିଲେ । ଏହାର ପ୍ରତିଉତରରେ ଶ୍ରୀ ଯୋଶୀ ପତ୍ର ଲେଖି ନାଲକୋରଏହି ପ୍ରକଳ୍ପ ଭାରତ ସରକାରଙ୍କ ପ୍ରାଥମିକତାରେ ରହିଛି ଏବଂ ଏହି ପ୍ରକଳ୍ପ କମ୍ପାନୀର କ୍ଷମତା ସଂପ୍ରସାରଣ ପ୍ରକଳ୍ପରେ ପରିସରଭୁକ୍ତ ରହିଛି ବୋଲି କହିଛନ୍ତି । ସେ ଲେଖିଥିବା ପତ୍ରରେ ଉଲ୍ଲେଖ କରିଛନ୍ତିଯେ ପ୍ରକଳ୍ପର ଡିଟେଲ୍ସ ପ୍ରଜେକ୍ଟ ରିପୋର୍ଟ (ଡିପିଆର) ପ୍ରସ୍ତୁତ କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ଆତ୍ମନିର୍ଭର ଭାରତକୁ ସାକାର କରିବା ପାଇଁ ଏହି ସବୁ ପ୍ରକଳ୍ପକୁ କାର୍ଯ୍ୟ କରିବା ଦିଗରେ ଖଣି ଓ କୋଇଲା ମନ୍ତ୍ରଣାଳୟ ସବୁ ପଦକ୍ଷେପ ନେଉଅଛି । ଏହି ସଂପ୍ରସାରଣ ପ୍ରକଳ୍ପ ଦେଶ ଏବଂ ରାଜ୍ୟର ବିକାଶରେ ସହାୟକ ହେବ । ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ଜାନୁଆରୀ ୪ ତାରିଖରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ଏକ ପତ୍ରଲେଖି ଉଲ୍ଲେଖ କରିଥିଲେ ଯେ ନାଲକୋ ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ମିଲିୟନ ଟନରୁ୧ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ ଅନୁଗୁଳ ଜିଲ୍ଲାରେ ସେମାନଙ୍କ ଆଲୁମିନିୟମ ସ୍ମେଲଟର ପ୍ଲାଂଟ ପାଇଁ ଏକ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ କରୁଛି । ଏହି ପ୍ରକଳ୍ପରେ ୧୪୦୦ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି । ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବା ବେଳେ ଏହା ବର୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି । ଶ୍ରୀ ପ୍ରଧାନ ଉଲ୍ଲେଖ କରିଥିଲେଯେ ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ମିଲିୟନ ଟନକୁ ବୃଦ୍ଧି ପାଇବ । ଏହା ମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ ବାର୍ଷିକ ୧.୫ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି । ଅନୁଗୁଳରେ ଆଲୁମିନାର ପ୍ରଚୁର ଉପଲବ୍ଧିକୁ ଦୃଷ୍ଟିରେ ରଖି ନାଲକୋର ଆଲୁମିନିୟମ୍ ସ୍ମେଲଟର ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ମିଲିୟନ ଟନରୁ ବାର୍ଷିକ ଉତ୍ପାଦନ କ୍ଷମତା ୧ମିଲିୟନ ଟନ୍ କରିବାପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ପ୍ରସ୍ତାବ ଦେଇଥିଲେ । ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟଆରମ୍ଭ କରିବାକୁ ପତ୍ରରେ ସେ ପ୍ରସ୍ତାବ ଦେଇଥିଲେ । ଏହାଦ୍ୱାରା ସ୍ମେଲଟର ୟୁନିଟ୍ ଏବଂ କୋଇଲା ବ୍ଲକ ଲଜିଷ୍ଟିକ୍ ଦକ୍ଷତା ଦ୍ୱାରା ଉପକୃତ ହେବ । ଓଡ଼ିଶା ସମାଚାର

Leave a Reply

Your email address will not be published.