ଗରଦପୁର, ୨୮/୦୧/୨୦୨୧(ଓଡ଼ିଶା ସମାଚାର)- ଗରଦପୁର ବ୍ଲକ୍ ଅନ୍ତର୍ଗତ ପଦ୍ମପୁର ପଂଚାୟତ ର ଭାତପଡ଼ାସ୍ଥିତ ପୂଜାମଣ୍ଡପରେ ଆଜି ସାଇ ବାବା ଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ହୋଇଅଛି । ଏହି ଉପଲକ୍ଷେ ପୂଜା ଉତ୍ସବରେ ବ୍ରାହ୍ମଣ ପଣ୍ଡିତଙ୍କ ଦ୍ୱାରା ବିଗ୍ରହ ପ୍ରତିଷ୍ଠା ସହିତ ହୋମ ଯଜ୍ଞ , ଘୃତାହୂତି ଓ ପୁଷ୍ପାଂଜଳୀ ଦିଆଯାଇଥିଲା । ସନ୍ଧ୍ୟାରେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏଥିରେ ଗ୍ରାମବାସୀଙ୍କ ସମେତ ସାଇ ପରିବାରର ଶ୍ରଦ୍ଧାଳୁମାନେ ସାମିଲ ହୋଇଥିଲେ । ଓଡ଼ିଶା ସମାଚାର
Check Also
ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକ ଙ୍କ ସ୍ୱତନ୍ତ୍ର ଉପକରଣ ନିମନ୍ତେ ଶିବିର
ଗରଦପୁର, ୨୭/୦୫/୨୦୨୨( ଓଡ଼ିଶା ସମାଚାର )- ADIP ଓ RVY ଯୋଜନା ମାଧ୍ୟମରେ ସ୍ୱତନ୍ତ୍ର ଚିହ୍ନଟ ଶିବିର ଗରଦପୁର ବ୍ଲକ୍ …