ଭୁବନେଶ୍ୱର, ୩୦/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ କୌଣସି କରୋନା ସଂକ୍ରମିତ ପ୍ରାଣ ହରାଇବା ନେଇ ସୂଚନା ମିଳିନାହିଁ । ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୧୦୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୯୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାÿ ବେଳେ ୪୫ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଦିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୯୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୧୮୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୬ ଜଣଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୧୧୭୫ ଜଣ ସଂଙ୍କ୍ରମିତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୭୬୮୫୭୭୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର